ଓମିକ୍ରନ ଭୟ: ୧୦ରୁ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ, ଅନଲାଇନରେ ହେବ କ୍ଲାସ

ଡରାଉଛି ଓମିକ୍ରନ | ବଢୁଛି ସଂକ୍ରମଣ | ଏହାରି ଭିତରେ ସରକାର କଟକଣାକୁ କଡାକଡି କରିଛନ୍ତି । ଓମିକ୍ରନର ମୁକାବିଲା ପାଇଁ ସରକାର ନୂଆ ଗାଇଡଲାଇନ ଜାରି କରିଛନ୍ତି | ଆଉ ଏସବୁ ଭିତରେ ଆଜି ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଆସନ୍ତା ୧୦ ତାରିଖରୁ ରାଜ୍ୟର ସମସ୍ତ ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟ ଓ ବୈଷୟିକ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ଏସଆରସି ଏକ ଗାଇଡଲାଇନ ଜାରି କରିଛନ୍ତି । ସମସ୍ତ ଅଫଲାଇନ କ୍ଲାସକୁ ବାରଣ କରାଯାଇଥିବା ବେଳେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଅନଲାଇନ କ୍ଲାସରେ ପାଠ ପଢାଇପାରିବେ ।

ଶିକ୍ଷାନୁଷ୍ଠାନ ବନ୍ଦ ସହ ସମସ୍ତ ହଷ୍ଟେଲକୁ ମଧ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

ସୂଚନାଯୋଗ୍ୟ, ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୭୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୫୭୯ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୨୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୪୦୯ ଜଣ ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪୭୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

Related Posts