କରୋନା ଭୟ: ଯାଜପୁରର ସମସ୍ତ ପର୍ଯ୍ୟଟନ ସ୍ଥଳରେ ଲାଗିଲା କଟକଣା

ରାଜ୍ୟରେ ଉପରମୁହାଁ ରହିଛି କରୋନା ସଂକ୍ରମଣ | ବଢୁଥିବା ସଂକ୍ରମଣକୁ ନେଇ ଯାଜପୁରରେ କଡାକଡି କଟକଣା କରାଯାଇଛି । ଜିଲ୍ଲାର ସମସ୍ତ ପର୍ଯ୍ୟଟନସ୍ଥଳୀରେ କଟକଣା ଲଗାଇଛନ୍ତି ଜିଲ୍ଲାପାଳ । ଆସନ୍ତାକାଲି ଅର୍ଥାତ ୧୩ତାରିଖରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଜିଲ୍ଲାର ସମସ୍ତ ପର୍ଯ୍ୟଟନସ୍ଥଳୀ, ପାର୍କ ଓ ମନ୍ଦିରକୁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୬ଶହ ଟପିଥିବା ବେଳେ ପରିସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଏପରି ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ରାଜ୍ୟରେ ଆଜି ଆଉ ୬୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ୨୬୩ ନମୂନାର ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା, ସେଥିମଧ୍ୟରୁ ୬୭ଟି ନମୂନାରେ ଓମିକ୍ରନ ଭୂତାଣୁ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି ।

Related Posts