କୋଭିଡ ଭୟ: ଆଜି ୫ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ

ଦେଶରେ ବଢୁଥିବା କରୋନା ସ୍ଥିତିକୁ ନେଇ ଆଜି ୫ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ କରିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ । ଏହି ବୈଠକ ଭର୍ଚ୍ଚୁଆଲି ଅନୁଷ୍ଠିତ ହେବ । ମହାରାଷ୍ଟ୍ର, ରାଜସ୍ଥାନ, ମଧ୍ୟପ୍ରଦେଶ, ଗୋଆ, ଗୁଜୁରାଟ ଓ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନାଗର ହାବେଳି ଏବଂ ଡାମନ ଡ୍ୟୁ |

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଦେଶର କୋଭିଡ ସ୍ଥିତି, ସ୍ୱାସ୍ଥ୍ୟ ଭିତ୍ତିଭୂମି ତଥା ଜରୁରୀ ସାମଗ୍ରୀର ଉପଲବ୍ଧତା ସମ୍ପର୍କରେ ସମୀକ୍ଷା କରିଥିଲେ । ସେହିପରି ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନର ବର୍ତ୍ତମାନ ସ୍ଥିତି ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଥିଲେ

ଭାରତରେ ସଂକ୍ରମଣ ବଢିବା ସହ ଏହି ହାରରେ ବୃଦ୍ଧି ଘଟି 10.21 ପ୍ରତିଶତରେ ପହଞ୍ଚିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି । ସେହିପରି ସମଗ୍ର ଦେଶରେ ଓମିକ୍ରମ ସଂକ୍ରମଣ ମଧ୍ୟ 3,623 ରେ ପହଞ୍ଚିଛି ।

ଓମିକ୍ରନ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ର ୧,୦୦୯
ଦିଲ୍ଲୀ ୫୧୩
କର୍ଣ୍ଣାଟକ ୪୪୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି |

Related Posts