ଯାଜପୁର ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣ କଲେ ମୁଖ୍ୟ ଶାସନ ସଚିବ

ଯାଜପୁର ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର | ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତି ନିରୀକ୍ଷଣ କରିଛନ୍ତି । ଏହାସହ ସେ ପ୍ରକଳ୍ପଗୁଡ଼ିକର ବିଭିନ୍ନ ପର୍ଯ୍ୟାୟ କାମ ଏବଂ ପୂର୍ଣ୍ଣାଙ୍ଗ ନିମନ୍ତେ ସମୟସୀମା ନିର୍ଦ୍ଧାରଣ କରିଛନ୍ତି ।

ମୁଖ୍ୟ ଶାସନ ସଚିବଙ୍କ ଯାଜପୁର ଗସ୍ତ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କଲେ ନିରୀକ୍ଷଣମୁଖ୍ୟ ଶାସନ ସଚିବଙ୍କ ଯାଜପୁର ଗସ୍ତ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କଲେ ନିରୀକ୍ଷଣ ହସ୍ପିଟାଲରେ ପୂର୍ଣ୍ଣାଙ୍ଗ ରୋଗୀ ସେବାରେ ନିୟୋଜିତ କରିବା ପାଇଁ ନିର୍ମାଣକାରୀ ସଂସ୍ଥା ଏବଂ ଜିଲ୍ଲା ପ୍ରଶାସନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ପରେପରେ ମୁଖ୍ୟ ଶାସନ ସଚିବ ନିର୍ମାଣାଧୀନ ଯାଜପୁର ମେଡିକାଲ କଲେଜ, ଇନଡୋର ସ୍ପୋର୍ଟ୍ସ କଂପ୍ଲେକ୍ସ, ମା’ ବିରଜା ମନ୍ଦିର ଚତୁଃପାର୍ଶ୍ବ ଉନ୍ନୟନ ପ୍ରକଳ୍ପ ଏବଂ ବିରଜା ହାଇସ୍କୁଲ ରୂପାନ୍ତରଣ ପ୍ରକଳ୍ପ ଆଦି ପରିଦର୍ଶନ କରିଛନ୍ତି । ପ୍ରକଳ୍ପ ଗୁଡ଼ିକର କ୍ଷେତ୍ରସ୍ତରୀୟ ଅଗ୍ରଗତିର ସେ ଅନୁଧ୍ୟାନ କରିଛନ୍ତି ।ଏପଟେ ପ୍ରାୟ ୪୨୬ କୋଟି ଟଙ୍କା ବିନିଯୋଗରେ ନିର୍ମାଣ କରାଯାଉଥିବା ଏହି ମେଡିକାଲ କଲେଜର କାର୍ଯ୍ୟ ୨୦୨୩ ମସିହା ଜୁନ ମଧ୍ୟରେ ସାରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପ୍ରାୟ ୧୪.୪୦ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ ନିର୍ମାଣ ହେଉଥିବା ଇନଡୋର ସ୍ପୋର୍ଟ୍ସ କଂପ୍ଲେକ୍ସ ଏବଂ ୬.୫ କୋଟି ଟଙ୍କା ଖର୍ଚ୍ଚ ଅଟକଳରେ କରାଯାଉଥିବା ମା’ ବିରଜା ମନ୍ଦିର ଚତୁଃପାର୍ଶ୍ବ ଉନ୍ନୟନ କାର୍ଯ୍ୟ ୨୦୨୨ ମାର୍ଚ୍ଚ ସୁଦ୍ଧା ସାରିବା ପାଇଁ ସମୟ ସୀମା ନିର୍ଦ୍ଧାରଣ କରିଛନ୍ତି ।

Related Posts