ରାଜ୍ୟରେ ଥମୁନି କରୋନା ମୃତ୍ୟୁ : ଗତ ୨୪ ଘଣ୍ଟା ମଧ୍ୟରେ ୬୯ ମୃତ, ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୧୦୦ ଶିଶୁ ଚିହ୍ନଟ

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ବର : ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ତେବେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତଙ୍କ ମଧ୍ୟରୁ ୪୯୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଏଥିମଧ୍ୟରୁ ୧୦୦ ଜଣ ୧୮ ବର୍ଷରୁ କମ୍ ବୟସର ୧୦୦ ଶିଶୁ କିଶୋର ଥିବା ଜଣାଯାଇଛି। ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୨୯ ଜଣ, ବାଲେଶ୍ୱରରୁ ୪୬ ଜଣ, ବରଗଡ଼ରୁ ୧୨ ଜଣ, ଭଦ୍ରକରୁ ୧୮ ଜଣ, ବଲାଙ୍ଗୀରରୁ ୨ ଜଣ, କଟକରୁ ୧୪୦ ଜଣ, ଦେବଗଡ଼ରୁ ୧୩ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧, ଗଞ୍ଜାମରୁ ୧୧ ଜଣ, ଜଗତସିଂହପୁରରୁ ୩୨ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୧୬ ଜଣ, ଖୋର୍ଦ୍ଧାରୁ ୨୮୬ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନୟାଗଡ଼ରୁ ୨୨ ଜଣ, ପୁରୀରୁ ୩୫ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୯ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାଣ ହରାଇଥିବା ୬୯ ଜଣ ମୃତକଙ୍କ ମଧ୍ୟରେ କଟକ ଏବଂ ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ ଜିଲ୍ଲାରୁ ୧୧ଜଣ, ଅନୁଗୁଳ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ ଲେଖାଏଁ ରହିଥିବା ବେଳେ ଯାଜପୁର ଜିଲ୍ଲାରୁ ୫ଜଣ ରହିଛନ୍ତି । ବାଲେଶ୍ୱର , ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୦୦, ୯୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୮୪, ୨୨୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯, ୩୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୧୭୪୮୩୭୦୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts