ଭୁବନେଶ୍ୱର,୨୮/୮(ସତ୍ୟପାଠ ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ। CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ଓ ଜଗତସିଂହପୁରରେ ଏକକାଳୀନ ୩ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ା ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରାଯାଇଛି।
ପୁରେନ୍ଦ୍ର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଥିଲେ। ଏହି ଚଢ଼ାଉରେ ୩ ଜଣ ଡିଏସ୍ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ ଜଣ ASI ସାମିଲ ହୋଇଛନ୍ତି।