ଭୁବନେଶ୍ୱର,୫/୯(ସତ୍ୟପାଠ ବ୍ୟୁରୋ): ଚଳିତ ବର୍ଷରୁ ରାଜ୍ୟରେ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା । ଅନୁସୂଚିତ ଜାତି ଓ ଜନଜାତି ଛାଚ୍ରଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା । କ୍ୟାବିନେଟ୍ ନିଷ୍ପତ୍ତି ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।
ଚଳିତ ବର୍ଷ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ୧୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଛାତ୍ରଛାତ୍ରୀ । ଅଷ୍ଟମରୁ ନବମ ଓ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଡ୍ରପ୍ ଆଉଟ୍ ରୋକିବାକୁ ମୋହନ ସରକାର ନୂଆ ଯୋଜନା ଆରମ୍ଭ କରିବେ ।