ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ, ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ ଦୁଇ ପରୀକ୍ଷାର୍ଥୀ।
ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ଦେବେ ଯୁକ୍ତ୨ ଛାତ୍ରଛାତ୍ରୀ । ୨୦ ମାର୍କର ଦେବେ ଆସେସମେଣ୍ଟ ପରୀକ୍ଷା। ଉଭୟ ଆସେସମେଣ୍ଟ ଓ ଥିଓରୀ ପରୀକ୍ଷାକୁ ମିଶାଇ ୧୦୦ ମାର୍କର ପରୀକ୍ଷା ଦେବେ ସେମାନେ। ୧୦୦ ରୁ ୨୪ ମାର୍କ ରଖିଲେ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପାସ୍ କରିବେ।
ପିଲାଙ୍କୁ ବୋର୍ଡ ପରୀକ୍ଷା ଚାପ କମାଇବା ଓ ଭଲ ନମ୍ବର ସ୍କୋର୍ କରିବା ପାଇଁ ନେସନାଲ ଢାଞ୍ଚାରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ମାର୍କିଙ୍ଗ ଢାଞ୍ଚା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ପିଲାମାନେ ବୋର୍ଡରେ ଭଲ ନମ୍ବର ରଖି ପାରୁନଥିଲେ । ଏଣୁ ପିଲାଙ୍କ ସୁବିଧା ପାଇଁ ନୂଆ ଢାଞ୍ଚାରେ ଚଳିତ ଥର ମାର୍କ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ।