(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ରାଜ୍ୟରେ କୋଭିଡ୍ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଛୋଟ ଛୁଆ ମାନେ ସଂକ୍ରମିତ ହେବା ଏବେ ଚିନ୍ତାର କାରଣ ପାଲଟିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୨୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରେ ୯୬ ଜଣ ଛୁଆ ଅଛନ୍ତି। ଚିହ୍ନଟ ହୋଇଥିବା ୯୬ ଜଣ ଛୁଆଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ। ଏପଟେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ ହଜାର ପାର କରିଛି।
ଚିହ୍ନଟ ହୋଇଥିବା ୭୨୦ ଜଣ କରୋନା ପଜିଟିଭଙ୍କ ମଧ୍ୟରୁ ୪୨୧ ଜଣ ସଙ୍ଗରୋଧରେ ଥିବା ବେଳେ ବାକି ୨୯୯ଟି ଲୋକାଲ୍ କେସ୍ ରହିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୯ ଜଣ ଥିବା ବେଳେ କଟକରୁ ୯୧, ଅନୁଗୋଳ ଜିଲ୍ଲାରୁ ୧୫, ବାଲେଶ୍ୱର ଜିଲ୍ଲାରୁ ୧୯, ବରଗଡ଼ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୨୨, ବଲାଙ୍ଗିର ଜିଲ୍ଲାରୁ ୪, ବୌଦ୍ଧ ଜିଲ୍ଲାରୁ ଜଣେ, ଦେବଗଡ଼ ଜିଲ୍ଲାରୁ ୫, ଢେଙ୍କାନାଳରୁ ୧୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧, କୋରାପୁଟରୁ ୩, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୧୬, ରାୟଗଡ଼ାରୁ ୮, ସମ୍ବଲପୁରରୁ ୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଓ ଷ୍ଟେଟ୍ ପୁଲ୍ରୁ ୬୦ ଜଣ ଅଛନ୍ତି। ତେବେ ଉଲ୍ଲେଖନୀୟ କଥା ହେଉଛି ଗଜପତି ଜିଲ୍ଲାରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।
୭୨୦ଟି ନୂଆ କେସ୍ ଆସିବା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୬ ହଜାର ୧୫୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୭୯ ହଜାର ୪୦୭ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯,୬୭୨ ଜଣ ଚିକିତ୍ସାଧୀନ ଅଛନ୍ତି।
ସେହିପରି ଆଉ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା। ଏ ସଂପର୍କରେ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୦୨୧କୁ ବୃଦ୍ଧି ପାଇଛି।
ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ୬୮ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୪ ଜଣ ଥିବା ବେଳେ ଅନୁଗୋଳ ଓ ଜଗତସିଂହପୁରରୁ ୮ ଜଣ ଲେଖାଏଁ, ଯାଜପୁରରୁ ୭, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରୁ ୬ ଜଣ ଲେଖାଏଁ, ଢେଙ୍କାନାଳ ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ, ପୁରୀ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଅଛନ୍ତି।
ଏହା ସହିତ କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୩୪ କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୦୪, ଜଗତସିଂହପୁରରେ ୧୩୦, ଯାଜପୁରରେ ୧୦୪, ବାଲେଶ୍ୱରରେ ୨୪୦, କେନ୍ଦ୍ରାପଡ଼ାରେ ୧୭୬, ଢେଙ୍କାନାଳରେ ୧୫୧, ଖୋର୍ଦ୍ଧାରେ ୧,୩୯୪, ପୁରୀରେ ୪୧୪, ରାୟଗଡ଼ାରେ ୧୬୪, କେନ୍ଦୁଝରରେ ୧୪୭, ମୟୂରଭଞ୍ଜରେ ୨୩୮ ଓ ସୁନ୍ଦରଗଡ଼ରେ ୫୬୯କୁ ବୃଦ୍ଧି ପାଇଛି।