ଦୁଷ୍ମନ୍ତ ମୃତ୍ୟୁ ଓ ଖଣି ଦୁର୍ନୀତି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଲେ ବିରୋଧୀ : ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ

(ସତ୍ୟପାଠ  ବ୍ୟୁରୋ) ଭୁବନେଶ୍ୱର : ବିଧାନସଭା ମୌସୁମୀ ଅଧିବେଶନର ଆଜି ହେଉଛି ଶେଷ ଦିନ। ତେବେ ଆଜି ଅଧିବେଶନ କାର୍ଯ୍ୟ ଆରମ୍ଭରୁ ବିଧାନସଭାରେ ହୋହଲ୍ଲା ଦେଖିବାକୁ ମିଳିଥିଲା। ଗୃହରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିଜେପି ବିଧାୟକ ହୋହଲ୍ଲା କରିଥିଲେ। ସେହିପରି ବିଧାନସଭା ଆଗରେ ଆତ୍ମହତ୍ୟା ଉଦ୍ୟମ କରି ପ୍ରାଣ ହରାଇଥିବା ଦୁଷ୍ମନ୍ତ ଦାସଙ୍କ ପ୍ରସଙ୍ଗ ଏବଂ ଖଣି ଦୁର୍ନୀତି କଥା ଉଠାଇ ରାଜ୍ୟ ସରକାରଙ୍କ ବିରୋଧରେ ବିରୋଧୀ ନାରାବାଜି କରିଥିଲେ।

କଂଗ୍ରେସ ମଧ୍ୟ ଖଣି ଦୁର୍ନୀତି ପ୍ରସଙ୍ଗରେ ନାରାବାଜି କରିଥିଲା । ବାଚସ୍ପତିଙ୍କ ପୋଡ଼ିୟମ୍ ତଳେ ବିଜେପି ଏବଂ କଂଗ୍ରେସ ସଦସ୍ୟ ମାନେ ନାରାବାଜି କରିଥିଲେ ।  ଫଳରେ ବାଚସ୍ପତି ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ କରିଥିଲେ। ୧୧.୩୦ ପରେ ଗୃହ ଆରମ୍ଭ ହେବା ମାତ୍ରେ ସମାନ ପ୍ରସଙ୍ଗ ଉଠାଇ ବିରୋଧୀ ହଟ୍ଟଗୋଳ କରିଥିଲେ । 

ଏହା ପରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି । ସେପଟେ ଚାଷୀଙ୍କ ସାର ଓ ସ୍ୱାମୀନାଥନ କମିଟିଙ୍କ ସୁପାରିଶ ଲାଗୁ କରିବା ଦାବିରେ ଗାନ୍ଧିମୂର୍ତ୍ତି ତଳେ ପ୍ରତିବାଦ କରିଛି ଶାସକ ବିଜୁ ଜନତା ଦଳ । ବିଧାନସଭା ଆଗରେ ଆତ୍ମାହୂତି ଉଦ୍ୟମ କରି ପ୍ରାଣ ହରାଇଥିବା ଦୁଷ୍ମନ୍ତ ଦାସଙ୍କ ପ୍ରସଙ୍ଗ  ଏବଂ ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଦବଙ୍ଗଗିରି ପ୍ରସଙ୍ଗ ଉଠାଇ ମଧ୍ୟ ଶାସକ ଦଳକୁ ଘେରିବାକୁ ଯୋଜନା କରିଥିଲେ ବିରୋଧୀ । ଗତକାଲି ବାଚସ୍ପତି ମୁଲତବୀ ନୋଟିସ୍ ଗ୍ରହଣ କରିନଥିବାରୁ ବାଚସ୍ପତିଙ୍କୁ ତାଙ୍କ ଚାମ୍ବରରେ ଘେରାଉ କରିଥିଲେ ଉଭୟ ବିଜେପି ଓ କଂଗ୍ରେସ ସଦସ୍ୟ। 

Related Posts