ଆଇଏଏସ୍ ସ୍ତରରେ ହୋଇଛି ଅଦଳବଦଳ । ସାଧାରଣ ପ୍ରଶାସନ ବିଭାଗରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ବରିଷ୍ଠ IAS ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦିଆଯାଇଛି । ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ ମଧ୍ୟ ତୁଲାଇବେ ବୀର ବିକ୍ରମ । ବରିଷ୍ଠ ଆଇଏଏସ ବୀର ବିକ୍ରମ ଯାଦବଙ୍କୁ ଏହି ବଡ ଦାୟିତ୍ୱ ମିଳିଛି । ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ତୁଲାଉଥିବା ଆଇଏଏସ୍ କ୍ରିଷନ୍ କୁମାର ଏହି ଦାୟିତ୍ୱରୁ ବିଦାୟ ନେବା ପରେ ତାଙ୍କ ସ୍ଥାନରେ ବୀର ବିକ୍ରମ ଯାଦବ ଏହି ପଦ ସମ୍ଭାଳିବେ । ବର୍ତ୍ତମାନ ରାଜ୍ୟ ସରକାରଙ୍କ ଖାଦ୍ୟ ଓ ଯୋଗାଣ ବିଭାଗର ପ୍ରମୁଖ ସଚିବ ପଦରେ ଅଛନ୍ତି ଆଇଏଏସ୍ ବୀର ବିକ୍ରମ ଯାଦବ । ବର୍ତ୍ତମାନ ଏହି ଦାୟିତ୍ୱ ସହିତ ସେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ୱ ମଧ୍ୟ ତୁଲାଇବେ ।
ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରେ ଥିବା ଆଇଏଏସ୍ କ୍ରିଷନ୍ କୁମାର କେନ୍ଦ୍ରୀୟ ଡେପୁଟେସନରେ ଯିବା ନେଇ କିଛି ଦିନ ତଳେ ଖବର ପ୍ରକାଶ ପାଇଥିଲା । ଏହାପରେ ପରବର୍ତ୍ତୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କିଏ ହେବ ତାକୁ ନେଇ ଅନେକ ଆଲୋଚନା ପ୍ରକାଶ ପାଇଥିଲା । ଏହାରି ଭିତରେ ଶନିବାର ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ତରଫରୁ ବିଜ୍ଞପ୍ତି ଜାରି କରାଯିବା ସହିତ ଆଇଏଏସ୍ ବୀର ବିକ୍ରମ ଯାଦବଙ୍କୁ ଏହି ବଡ ଦାୟିତ୍ୱ ପ୍ରଦାନ କରାଯାଇଛି ।
ସେହିପରି ନିକୁଞ୍ଜ କିଶୋର ସୁନ୍ଦରରାୟ ହେଲେ ପବ୍ଲିକ୍ ଏଣ୍ଟରପ୍ରାଇଜେସ୍ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ । କେନ୍ଦ୍ରୀୟ ଡେପୁଟେସନରୁ ଫେରିବାପରେ ମୋନା ଶର୍ମାଙ୍କ ବଦଳରେ ତାଙ୍କୁ ମିଳିଛି ଏହି ନିଯୁକ୍ତି । ଶୁଭମ୍ ସକ୍କେନାଙ୍କୁ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଲଘୁ ଖଣିଜ ବିଭାଗର ନିର୍ଦ୍ଦେଶକ ଭାବେ ମଧ୍ୟ ସେ ଅତିରିକ୍ତ ଦାୟିତ୍ୱ ତୁଳାଇବେ ।
ଆଇଏଫ୍ଏସ୍ ସଞ୍ଜିବ କୁମାର ଚଢ଼ା ହୋଇଛନ୍ତି ଏଗ୍ରିକଲ୍ଚର ଓ ମାର୍କେଟିଂ ନିର୍ଦ୍ଦେଶକ । ସମନ୍ୱୟ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତାଙ୍କୁ ଦିଆଯାଇଛି ।