ବିଚାରପତିଙ୍କ ଘରେ ହାଜର ହେଲେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବିଚାରପତିଙ୍କ ଘରେ ହାଜର ହେଲେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ । ସିଜେଏମ ବିଚାରପତିଙ୍କ ବାସଭବନରେ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ହାଜର କରାଇଲା ପୋଲିସ ।ଖବର ଅନୁଯାୟୀ, ଶନିବାର ଦିନ ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକ ବିଡିଓଙ୍କୁ ଦେବଗଡ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ମାଡପିଟ କରିଥିବା ଅଭିଯୋଗ ହୋଇଥିଲା ।

ତିଲେଇବଣୀ ବ୍ଲକ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଏକ ସରକାରୀ କାର୍ୟ୍ୟରେ ଛେପଲିପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭାଲିଆଗୁଡି ଗ୍ରାମକୁ ଯାଇଥିବା ବେଳେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଓ ତାଙ୍କର ସମର୍ଥକ ମାନେ ଘଟଣାସ୍ଥଳରେ ପହଞ୍ଚି ବିଡିଓଙ୍କୁ ଆକ୍ରମଣ କରିଥିଲେ। ଫଳରେ ବିଡିଓଙ୍କ ଓଠ ଫାଟିଯିବା ସହ ସେ ଆହତ ହୋଇଥିବା ଅଭିଯୋଗ କରିଛନ୍ତି। ଘଟଣା ପରେ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତି ଦେବଗଡ ଜିଲ୍ଲାପାଳଙ୍କୁ ଏ ସମ୍ପର୍କରେ ଅବଗତ କରାଇଛନ୍ତି ।

Related Posts