ଏମ୍ସ ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଏମ୍ସ ଭୁବନେଶ୍ୱରରେ ସଫଳ ବୁଢ଼ା ଆଙ୍ଗୁଳି ପ୍ରତିରୋପଣ । ଏମ୍ସ ଭୁବନେଶ୍ୱରରେ ସମ୍ପୂର୍ଣ୍ଣ ଛିଡ଼ିଯାଇ ଅଲଗା ହୋଇଯାଇଥିବା ବାମ ହାତ ବୁଢ଼ା ଆଙ୍ଗୁଳିକୁ ସଫଳତାର ସହିତ ପୁନର୍ବାର ଯୋଡ଼ା ଯାଇଛି। ବର୍ଣ୍ଣ୍ସ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଆସୋସିଏଟ୍ ପ୍ରଫେସର ଡ. ସଞ୍ଜୟ ଗିରିଙ୍କ ନେତୃତ୍ୱରେ ଗଠିତ ଏକ ଡାକ୍ତରୀ ଦଳ ଦ୍ବାରା ୧୦ ଘଣ୍ଟାର କଠିନ ଅସ୍ତ୍ରୋପଚାର ପରେ ଏହି ପ୍ରକ୍ରିୟା ସଫଳ ହୋଇଛି।

ଅସ୍ତ୍ରୋପଚାର ପରେ ରୋଗୀ ସମ୍ପୂର୍ଣ୍ଣ ସୁସ୍ଥ ଅନୁଭବ କରିବା ସହିତ ୧୦ ଦିନ ଏମ୍ସରେ ରହିବା ପରେ ଘରକୁ ଫେରିଛନ୍ତି। ପୁନଃଯୋଡ଼ା ଯାଇଥିବା ବାମ ବୁଢ଼ା ଆଙ୍ଗୁଠିରେ ସ୍ବାଭାବିକ ରକ୍ତ ସଞ୍ଚାଳନ ହୋଇଛି, ଯାହାକି ଯୋଡ଼ିବା ପ୍ରକ୍ରିୟା ସଫଳ ହୋଇଥିବା ପ୍ରକାଶ କରିଛନ୍ତି ଡ. ଗିରି। ପ୍ରଥମ ଥର ପାଇଁ ଏମ୍ସ ଭୁବନେଶ୍ୱରରେ ଏପରି ସଫଳ ଆଙ୍ଗୁଠି ପୁନଃପ୍ରତିରୋପଣ ହୋଇଛି ।

Related Posts