ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ ନିର୍ଦେଶ ଦେଲେ ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ମଧ୍ୟରେ ବା 6 ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ବର୍ତ୍ତମାନର ପାରିପାର୍ଶ୍ବିକ ସ୍ଥିତି ଅନୁକୂଳ ଥିବାରୁ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇପାରେ । ଏହା ପ୍ରଭାବରେ 5 ତାରିଖରୁ ଦକ୍ଷିଣ ଆଣ୍ଡାମାନ ସାଗର ତଥା ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳ ଏବଂ ପୂର୍ବ କେନ୍ଦ୍ରୀୟ ଅଞ୍ଚଳରେ ପବନର ବେଗ 40 ରୁ 50 କିମି ରହିବ । ତେବେ ଏହି ଅବପାତ ବାତ୍ୟା ରୂପ ନେବ କି ନାହିଁ ସେନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ଚିତ୍ର ଦେଇନାହିଁ ।

ତେବେ ଏହାରି ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଆଶଙ୍କା ନେଇ ତା ପୂର୍ବରୁ ପୁରା ସଜାଗ ସରକାର । ଏହି ପ୍ରରିପେକ୍ଷୀରେ ରାଜ୍ୟର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଖାସ୍‌ କରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜସ୍ବମନ୍ତ୍ରୀଙ୍କ କହିଛନ୍ତି ଯେ, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ କୁହାଯାଇଛି । ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପିରିକି ଭାଙ୍ଗିଯାଇଥିବା ଘର ଓ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ଖାସ୍‌ ନଜର ରଖିବାକୁ କୁହାଯାଇଛି ।

Related Posts