ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ । ପ୍ରାର୍ଥୀପତ୍ର ଦା୍ଖଲ କରିଥିବା ୪ ପ୍ରାର୍ଥୀ ହେଲେ ସସ୍ମିତ ପାତ୍ର, ମାନସ ମଙ୍ଗରାଜ, ସୁଲତା ଦେଓ ଏବଂ ନିରଞ୍ଜନ ବିଶି। ଏହି ପ୍ରାର୍ଥୀମାନେ ଦଳର ବରିଷ୍ଠ ବିଧାୟକଙ୍କ ଉପସ୍ଥିତିରେ ବିଧାନସଭା ସଚିବାଳୟ ପରିସରରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।ପ୍ରାର୍ଥୀପତ୍ର ଦାେଖଲ ସମୟରେ ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ କେତେକ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଥିବାରୁ ନାମାଙ୍କପତ୍ର ଦାଖଲ ବେଳେ ଉପସ୍ଥିତ ରହିପାରିନ ଥିଲେ। ତେବେ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ଜଣାପଡ଼ିଛି।

ସେପଟେ ଜୁନ୍ ୧୦ରେ ରାଜ୍ୟର ତିନିଟି ରାଜ୍ୟସଭା ସଭ୍ୟ ପଦବି ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଆଜି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ବିରୋଧୀ ଦଳ କୌଣସି ପ୍ରାର୍ଥୀ ଦେଉନଥିବାରୁ ଶାସକ ଦଳର ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ଜିତିବେ। ସେହିପରି ଜୁନ୍ ୧୩ରେ ଗୋଟିଏ ରାଜ୍ୟସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ ଜୁନ୍ ୨ତାରିଖ ଥିବା ବେଳେ ଏହି ପଦବି ପାଇଁ ବିରୋଧୀ ବି ପ୍ରାର୍ଥୀ ଦେବେନି। ତେଣୁ ଜୁନ୍ ୩ରେ ନାମାଙ୍କନପତ୍ର ଯାଞ୍ଚ ପରେ ବିଜୟୀ ପ୍ରାର୍ଥୀଙ୍କ ନାମ ଘୋଷଣା ହେବ। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts