୧୨ ପ୍ରସ୍ତାବ ଉପରେ ବାଜିଲା ରାଜ୍ୟ କ୍ୟାବିନେଟ ମୋହର: ବଢ଼ିଲା ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ୍ ଏଡ

ଭୁବନେଶ୍ୱର,୨୧/୧(ସତ୍ୟପାଠ ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ମୋଟ ୧୨ଟି ପ୍ରସ୍ତାବ ଉପରେ ମୋହର ବାଜିଛି । କ୍ୟାବିନେଟ୍ ନିଷ୍ପତ୍ତି ଅନୁସାରେ ରାଜ୍ୟର ଅନୁଦାନପ୍ରାପ୍ତ ବେସରକାରୀ କଲେଜ କର୍ମଚାରୀଙ୍କ ଗ୍ରାଣ୍ଟ-ଇନ ଏଡ୍ ବୃଦ୍ଧି ହୋଇଛି । ଏହା ପିଛିଲା ଭାବେ ୨୦୨୨ ଜାନୁଆରୀ ୧ ତାରିଖରୁ ଲାଗୁ ହେବ ।

ସେହିପରି କ୍ୟାବିନେଟ୍ ନିଷ୍ପତ୍ତି ଅନୁସାରେ ଗ୍ରାମୀଣ ପାଇପ ଜଳ ଯୋଗାଣରେ ୨ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।ଯାଜପୁରର ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବ ଏହି ପ୍ରକଳ୍ପ । ବରୀ ଓ କୋରେଇ ବ୍ଲକରେ ନିର୍ମାଣ ହେବାକୁ ଥିବା ଏହି ପ୍ରକଳ୍ପ କାର୍ଯ୍ୟ ୫ ବର୍ଷରେ ଶେଷ ହେବ । ସେହିଭଳି ନୟାଗଡ଼ର ଦଶପଲା, ଗଣିଆ ଓ ନୂଆଗାଁରେ ହେବ ୩ଟି ପାନୀୟଜଳ ପ୍ରକଳ୍ପ ହେବ । ମାଲକାନଗିରିର ୪ଟି ପାନୀୟ ଜଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ । ଖଇରିପୁଟ, ମାଲକାନଗିରି, ମାଥିଲି ଓ କାଲିମେଳାରେ ଏହି ପ୍ରକଳ୍ପ ହେବ । ସେହିପରି BSSCCRIର କର୍କଟ ରୋଗୀଙ୍କ ଆବାସ ପାଇଁ ୨ ଏକର ମାଗଣା ଜମି ପ୍ରଦାନ କରାଯାଇଛି । ଏହାସହିତ ଓବିସି କମିଶନ ଆଇନରେ ସଂଶୋଧନ ହେବାକୁ କ୍ୟାବିନେଟ୍ ରେ ପ୍ରସ୍ତାବ ପାରିତ ହୋଇଛି।

ଅନ୍ୟପକ୍ଷରେ ଜଳେଶ୍ୱର ଗୋବରୀ ଘାଟର ସୁବର୍ଣ୍ଣରେଖା ନଦୀରେ ହେବ ବ୍ରିଜ୍ । ବ୍ରିଜ୍ ପାଇଁ ଆହ୍ୱାନ କରାଯାଇଥିବା ଟେଣ୍ଡରକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି । ଓଡ଼ିଶା ଗ୍ରୁପ-ବି କର୍ମଚାରୀ ନିଯୁକ୍ତି ଓ ସେବାସର୍ତ୍ତରେ ସଂଶୋଧନ । ଜିଏସଟି , ବାଣିଜ୍ୟ କର ଡାଟାଏଣ୍ଟ୍ରି ଅପରେଟର ନିଯୁକ୍ତି ଅଧିନିୟମ ସଂଶୋଧନ ହୋଇଛି । ଓଡ଼ିଶା ଖାଦ୍ୟ ପରୀକ୍ଷାଗାର କର୍ମଚାରୀ ନିଯୁକ୍ତି ଅଧିନିୟମରେ ମଧ୍ୟ ସଂଶୋଧନ କରାଯାଇଛି । OSJS ଓ OJS ସେବା ଅଧିନିୟମରେ କ୍ୟ୍ୟାବିନେଟରେ ସଂଶୋଧନ । ଖଣି, ଭୂତତ୍ତ୍ୱ ସେବା ନିର୍ଦ୍ଦେଶାଳୟର ୫ଟି କ୍ୟାଡର ନିଯୁକ୍ତିରେ ସଂଶୋଧନ ହୋଇଛି ।

Related Posts