ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ; ବ୍ଲୁ ବୁକ ଏସଓପି ଅନୁଯୀୟୀ କଡା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୯/୨(ସତ୍ୟପାଠ ବ୍ୟୁରୋ): ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ କମିଶନରେଟ୍ ପୋଲିସର ବୈଠକ ହୋଇଛି । ବ୍ଲୁ ବୁକ ଏସଓପି ଅନୁଯୀୟୀ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ରୁଟ ଲାଇନିଂ, ନାଇଟ ଗାର୍ଡ, ଚପର ଗାର୍ଡ ଏବଂ ରୁଫ ଟଫ୍ ରେ ସୁରକ୍ଷା କର୍ମୀ ମୁତୟନ ରହିବେ ।ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନ ଗୁଡିକର ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଜଣେ ଜଣେ ଅତିରିକ୍ତ ଡିସିପି ରାଙ୍କ ଅଫିସର ରହିବେ । ରାଜଭବନରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଣ୍ଟ୍ରି ଏବଂ ଏକ୍ସଜିଟ ପଏଣ୍ଟ ସିସିଟିଭି ସର୍ଭିଲାନ୍ସରେ ରଖାଯାଇଛି । ରାଷ୍ଟ୍ରପତିଙ୍କ କାରକେଡ୍ ଇନଚାର୍ଜ ରହିବେ ଜଣେ ଏସ୍.ପି ରାଙ୍କ ଅଫିସର । ଆଜି କାରକେଡ଼ ରିହର୍ସଲ କରାଯିବ । ସୁରକ୍ଷା ଦାୟିତ୍ବରେ ରହିବେ ମୋଟ ୪୦ ପ୍ଲାଟୁନ ଫୋର୍ସ । ୨ ଶହ ପୋଲିସ ଅଫିସରଙ୍କ ନଜରରେ ରହିବ ପୁରା ସହର ।

ଶୁକ୍ରବାର ସକାଳେ ଭୁବନେଶ୍ବର ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ପରେ ପୂର୍ବାହ୍ନରେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗ ଦେବେ । ଅପରାହ୍ନ ୪ଟା ୧୫ରେ ରମାଦେବୀ ମହିଳା ବିଶ୍ବ ବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ । ରମାଦେବୀର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଭାଷଣ ଦେବେ । ୧୧ ତାରିଖରେ ଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସୀମିତ ସମୟ ପାଇଁ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ । ଏହାପରେ କଟକ ଗସ୍ତ କରି ବିଦ୍ୟାଧରପୁର ସ୍ଥିତ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ଦ୍ବିତୀୟ ଜାତୀୟ ଧାନ କଂଗ୍ରେସ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି।

Related Posts