ଚାଷୀଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ ଏମଡି

କୋରାପୁଟ : ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ଅଧିକାରୀ। ଚାଷୀଙ୍କ ଠାରୁ ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ବନ୍ଧୁଗାଁ ବ୍ଲକ୍ ଆଲମଣ୍ଡା ଲ୍ୟାମ୍ପର ଏମଡି ଆର ରାମାକ୍ରିଷ୍ଣା ଧାନ ଚାଷୀଙ୍କଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଜୟପୁର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।

ଖରିଫ ଋତୁରେ ଚାଷୀଙ୍କ ନାମ ପଞ୍ଜିକରଣ ପାଇଁ ଲାଞ୍ଚ ନେଉଥିବା ବେଳେ ଏମଡି ଧରାପଡିଛନ୍ତି । ଏନେଇ ଭିଜିଲାନ୍ସ ପକ୍ଷରୁ ଲ୍ୟାମ୍ପ୍ ଏମଡିଙ୍କୁ ଗିରଫ କରି ଏକ ମାମଲା ରୁଜୁ କରିବା ସହ ଅଧିକ ତଦନ୍ତ କରୁଥିବା ଜୟପୁର ଭିଜିଲାନ୍ସ ସୂଚନା ଦେଇଛନ୍ତି ।

Related Posts