ମାଟ୍ରିକ୍ ପରୀକ୍ଷା ଦେବା ପାଇଁ ଯାଉଥିବା ଅଟୋ ଦୁର୍ଘଟଣା ଗସ୍ତ; ଜଣେ ଗୁରୁତର ୭ ଆହତ

କୋରାପୁଟ : ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା | ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଆଜିଠୁ ଆରମ୍ଭ ହେବ। ଏହା ମେ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରବଳ ଗ୍ରୀଷ୍ମ ପ୍ରଭାବ ପାଇଁ ଦ୍ବିତୀୟ ସିଟିଂରେ ହେବାକୁ ଥିବା ମଧ୍ୟମା ଓ ମୁକ୍ତବିଦ୍ୟାଳୟର ତିନିଟି ପରୀକ୍ଷା ସୂଚୀକୁ ବଦଳାଇ ପ୍ରଥମ ସିଟିଂକୁ ଅଣାଯାଇଛି।

ତେବେ ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇଯାଇଥିବା ବେଳେ, କୋରାପୁଟ ଜିଲ୍ଲା କୁନ୍ଦ୍ରା ବ୍ଲକରେ ଏକ ଅଘଟଣ ଘଟିଛି | ପରୀକ୍ଷା ଦେବା ପାଇଁ ଛାତ୍ରୀଙ୍କୁ ନେଇ ଯାଉଥିବା ଏକ ଅଟୋ ଦୁର୍ଘଟଣା ଗସ୍ତ ହୋଇଛି । ଜଣେ ଛାତ୍ରୀ ଗୁରୁତର ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଫଳରେ ଛାତ୍ରୀମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି ।

ପରୀକ୍ଷା ଦେବା ପାଇଁ ୮ ଜଣ ଛାତ୍ରୀ ଏକ ଅଟୋରେ କେରେମିଟି ଆବାସିକ ବିଦ୍ୟାଳୟରୁ କାଉଡିଆଗୁଡ଼ାରୁ ବାଳିକା ଆବାସିକ ବିଦ୍ୟାଳୟକୁ ଯାଉଥିଲେ । ରାସ୍ତାରେ ଅଟୋଟି ଓଲଟି ପଡିଥିଲା । ଆହତ ଛାତ୍ରୀଙ୍କୁ ପ୍ରଥମେ କୁନ୍ଦ୍ରା ଓ ପରେ ଜୟପୁର ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ, ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ, ପ୍ରଥମ ଦିନ ପରୀକ୍ଷା କେନ୍ଦ୍ର ସକାଳ ୭ଟାରେ ଖୋଲିବ ଓ ଦ୍ବିତୀୟ ଦିନଠୁ ସକାଳ ୭ଟା ୧୫ରୁ ପରୀକ୍ଷା କେନ୍ଦ୍ର ଖୋଲାଯିବାକୁ ବୋର୍ଡ ପକ୍ଷରୁ କୁହାଯାଇଛି। ପିଲାଙ୍କୁ ପରୀକ୍ଷା ଆରମ୍ଭର ୧୫ ମିନିଟ୍ ପୂର୍ବରୁ ଅର୍ଥାତ୍ ସକାଳ ୭ଟା ୪୫ମିନିଟ୍ ରେ ପ୍ରଶ୍ନପତ୍ର ଦିଆଯିବ। ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପାର୍ଟ-୧ ଅବ୍ ଜେକ୍ଟିଭ୍ ପରୀକ୍ଷା ସକାଳ ୮ଟାରୁ ୯ଟା ଓ ପାର୍ଟ-୨ ସବ୍ ଜେକ୍ଟିଭ୍ ୯ଟାରୁ ୧୦ଟା ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା କେନ୍ଦ୍ରରେ ମୋବାଇଲକୁ କଡ଼ାକଡ଼ି ବାରଣ କରାଯାଇଛି।

ଛାତ୍ରଛାତ୍ରୀ, ପରୀକ୍ଷା ଦାୟିତ୍ବରେ ଥିବା ଶିକ୍ଷକଶିକ୍ଷୟିତ୍ରୀ ଏପରିକି କେନ୍ଦ୍ର ସୁପରି ନ୍ ଟେଣ୍ଡେଣ୍ଟ ମଧ୍ୟ ପରୀକ୍ଷା ସମୟରେ ମୋବାଇଲ୍ ଫୋନ ବ୍ୟବହାର କରିପାରିବେ ନାହିଁ ବୋଲି ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସକାଳ ୭ଟା ମଧ୍ୟରେ ସମସ୍ତ ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର କଡ଼ା ସୁରକ୍ଷା ବଳୟ ମଧ୍ୟରେ ପହଞ୍ଚିବାର ବ୍ୟବସ୍ଥା କରାଯାଇଛି। ପରୀକ୍ଷାକୁ ଶୃଙ୍ଖଳିତ ଓ କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ,୬୫ ଟି ଫ୍ଲାଇଙ୍ଗ ସ୍କ୍ବାଡ୍ ଗଠନ ହୋଇଛି । ଏ ବର୍ଷ ମୋଟ ୫ ଲକ୍ଷ ୮୫ ହଜାର ୭୩୦ ପରୀକ୍ଷାର୍ଥୀ ରାଜ୍ୟର ୩ ହଜାର ୩୦୩ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ।

Related Posts