ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ: ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ନିର୍ବାଚନୀ ବିଗୁଲ ବାଜି ସାରିବା ପରେ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି | ଏଥିସହ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ | ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିବେ |

ମେ’ ମେ’ ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିବା ସହ ମେ’ ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଚାହିଁଲେ ସେମାନଙ୍କ ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ।

ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ହୋଇଥିଲା। ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା। ଆଇନଶୃଙ୍ଖଳା ରକ୍ଷା ଲାଗି ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।

ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଗତ ନିର୍ବାଚନରେ ୨୫୭ଟି ବୁଥ୍ ଥିଲା। ତେବେ ଉପନିର୍ବାଚନରେ ଅଧିକ ୨୨ଟି ବୁଥ୍ ପ୍ରତିଷ୍ଠା ପାଇଁ ଜିଲ୍ଲା ପ୍ରଶାସନ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପ୍ରସ୍ତାବ ଦେଇଛି।

ସୂଚନାଯୋଗ୍ୟ, ମେ’ ୩୧ରେ ହେବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ହେବ। ବିଜେଡିର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଆସନ ଖାଲି ପଡିଥିଲା |

Related Posts