ସୋର ବସ ଦୁର୍ଘଟଣା; ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ବାଲେଶ୍ୱର ସୋରରେ ଘଟିଥିବା ମର୍ମନ୍ତୁକ ସଡ଼କ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଶୋକର ଛାୟା ଖେଳିଯାଇଥିଲା । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଦୁର୍ଘଟଣାରେ ଶୋକପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି । ଏହାସହିତ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ବ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ତା ସହିତ ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି । ଅନ୍ୟପଟେ ବସଟି ଉଦଳାରୁ ଭୁବନେଶ୍ୱର ଆସୁଥିବାବେଳେ ସୋରଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗୋଟିଏ ବସ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାକୁ ଏହି ଦୁର୍ଘଟଣା ଘଟିଥିଲା । ବର୍ତ୍ତମାନ ସୁଦ୍ଧା ଏହି ଦୁର୍ଘଟଣାରେ ୬ ଜଣ ଲୋକ ପ୍ରାଣ ହରାଇଛନ୍ତି ।

Related Posts