ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆଜି ବି ସ୍ବାଭାବିକ ହୋଇପାରିଲାନି ଗୃହ। ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଗୃହରେ ପ୍ରଶ୍ନକୁ ରିଜେକ୍ଟ କରାଯାଉଥିବା ନେଇ ବିଜେପି ବିଧାୟକମାନେ ହୋହାଲ୍ଲା କରିଥିଲେ। ତେଣେ ଏମଏସପି ପ୍ରସଙ୍ଗ ଉଠାଇ ଶାସକ ବିଜେଡିର ସଦସ୍ୟମାନେ ମଧ୍ୟ ହଟ୍ଟଗୋଳ କରିଥିଲେ।
ଏହାଫଳରେ ଦିନ ୧୨ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଲେ ବାଚସ୍ପତି ପ୍ରମିଳା ମଲ୍ଲିକ। ଏଣେ ଗୃହର ସୁପରିଚାଳନା ଲାଗି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି।