ବିଜେଡିରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର : ବିଜେଡିରୁ ନିଲମ୍ବିତ ହୋଇଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ତାଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ବିଜେପି ମଣ୍ଡଳ ସଭାପତିଙ୍କୁ ପିଟିବା ନେଇ ଆଜି ସ୍ଥାନୀୟ ଅଞ୍ଚଳରେ ହଙ୍ଗମା ହୋଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜେପି କର୍ମୀଙ୍କୁ ବିଧାୟକ ଜଗଦ୍ଦେବ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ବାଲୁଗାଁ ନଗର ମଣ୍ଡଳ ସଭାପତିଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲ। ବିଜେପି କର୍ମୀଙ୍କୁ ଆକ୍ରମଣ କରାଯାଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ବାଲୁଗାଁ ଏନଏସସିରେ ସରକାରୀ କାର୍ଯ୍ୟ ବେଳେ ଏଭଳି ଏକ ଘଟଣା ସାମ୍ନାକୁ ଆସିଥିଲା । ବିଜେପି ପକ୍ଷରୁ କାର୍ଯ୍ୟକ୍ରମକୁ ବିରୋଧ ବେଳେ ମାଡ ମାରଥିିଲେ ବିଧାୟକ । ଘଟଣା ବେଳେ ସୁଟିଂ କରୁଥିବା ସାମ୍ବାଦିକଙ୍କୁ ବି ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହେଇଥିଲା ।

ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ମଧ୍ୟ ୨୦୧୬ରେ ବେଗୁନିଆ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବୋଲଗଡ଼ ତହସିଲଦାର ନିହାରିକା ନାୟକଙ୍କୁ ମାଡ଼ ମାରି ଚର୍ଚ୍ଚାକୁ ଆସିଥିଲେ। ସେ ସମୟରେ ବୋଲଗଡ଼ ତହସିଲର କର୍ମଚାରୀମାନେ କଲମଛାଡ଼ ଆନ୍ଦୋଳନ କରିବା ସହ ବିଧାୟକ ଜଗଦ୍ଦେବଙ୍କୁ ଗିରଫ କରିବାକୁ ଦାବି କରିଥିଲେ।

ସେହିପରି ବେଗୁନିଆର ପୂର୍ବତନ ସରପଞ୍ଚ ନବ କିଶୋର ସ୍ୱାଇଁଙ୍କୁ ସର୍ବ ସାଧାରଣରେ ଧମକ ଦେଇଥିବା ନେଇ ଅଭିଯୋଗ ହୋଇଥିଲା। ସେହିପରି ମନମୁଣ୍ଡାରେ ଜଣେ ବିଜେପି କର୍ମୀଙ୍କୁ ମାଡ଼, ଭୁବନେଶ୍ୱରରେ ଉଠା ଦୋକାନୀଙ୍କୁ ଅଶ୍ରାବ୍ୟ ଭାଷାରେ ଗାଳି ଦେବା ଭଳି ଅନେକ ଘଟଣାର ଭିଡିଓ ଭାଇରାଲ ମଧ୍ୟ ହୋଇଥିଲା।

Related Posts