ପାରାଦୀପରୁ ୨୮୦ କିଲୋମିଟର ଦୂରରେ ବାତ୍ୟା ‘ଦାନା’ ; ଆଜି ରାତିରେ କରିବ ଲ୍ୟାଣ୍ଡଫଲ !

ଭୁବନେଶ୍ୱର,୨୪/୧୦(ସତ୍ୟପାଠ ବ୍ୟୁରୋ):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ପ୍ରାୟ ୨୮୦ କିଲୋମିଟର ଦକ୍ଷିଣ-ପୂର୍ବ, ଧାମରା ଠାରୁ ୩୧୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ସାଗର ଦ୍ୱୀପ ଠାରୁ ୪୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ରହିଛି।

ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଭିତରକନିକା ଓ ଧାମରା ନିକଟସ୍ଥ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଆଜି ମଧ୍ୟରାତ୍ରିରୁ ୨୫ ତାରିଖ ସକାଳ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ସ୍ଥଳଭାଗ ସ୍ପର୍ଶ ସମୟରେ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

Related Posts