ରାଜ୍ୟରେ ତଳମୁହାଁ କରୋନା ର ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧୦୪ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଖସୁଛି କରୋନା ର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୦୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬,୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୪ କିଶୋର କିଶୋରୀ ରହିଥିବା ବେଳେ ୬୧ କ୍ବାରେଣ୍ଟାଇନ ସେଣ୍ଟର ଓ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୦ଟି ମାମଲା ରହିଥିବା ବେଳେ ବାଲେଶ୍ବରରୁ ୧୫ , ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, କଟକରୁ ୨, ଦେବଗଡରୁ ୧,ଗଜପତିରୁ ୧୩,ଜଗତସିଂହପୁରରୁ ୩, ଯାଜପୁରରୁ ୨, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୭, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୨, ନୟାଗଡରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୧୬, ସୋନପୁରରୁ ୧, ସୁନ୍ଦରଗଡରୁ ୧୨ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୨୮୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୭୮୪୭୮୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts