ନୂଆଦିଲ୍ଲୀ : ଦେଶରେ ଉପର ମୁହାଁ କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ହାର ଦୋଳି ଖେଳୁଛି । କେତେ ବେଳେ ବଢ଼ୁଛି ତ ଆଉ କେତେବେଳେ କମୁଛି । ଏବେ ପୁଣି କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ ।
୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୬୯୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୯ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୧୪୪୨୬୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୦ ଲକ୍ଷ ୯୭ ହଜାର ୫୧୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୭୬୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।