ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଭଜନଲାଲ ଶର୍ମା ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ | ତେବେ ସବୁଠାରୁ ବଡ କଥା ହେଲା ଭଜନଲାଲ ପ୍ରଥମ ଥର ପାଇଁ ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି | ଏହା ପୂର୍ବରୁ ସେ ରାଜସ୍ଥାନରେ ବିଜେପିର ସଂଗଠନ ସମ୍ପାଦକ ରହିଥିଲେ |
ଜୟପୁରରେ ମଙ୍ଗଳବାର ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ଭଜନ ଲାଲ ଶର୍ମାଙ୍କ ନାମକୁ ଅନୁମୋଦନ ମିଳିଛି। ରାଜସ୍ଥାନରେ ନିର୍ବାଚନ ଫଳାଫଳ ଆସିବା ପରେ ୯ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ଭଜନଲାଲ ଶର୍ମା ସାଙ୍ଗନୌର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ବ୍ରାହ୍ମଣ ସଂପ୍ରଦାୟରୁ ପ୍ରତିନିଧିତ୍ୱ କରନ୍ତି ଭଜନଲାଲ । ତିନି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ଉପସ୍ଥିତିରେ ଏହି ଘୋଷଣା କରାଯାଇଛି ।