
ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆସନ୍ତାକାଲି ଧୁମ୍ଧାମ୍ରେ ପାଳିତ ହେବ ଧଉଳି ଶାନ୍ତିସ୍ତୂପ ସୁବର୍ଣ୍ଣ ଜୟନ୍ତୀ। ଏହି ଉତ୍ସବରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ଦେଶବିଦେଶରୁ ଆସିଛନ୍ତି ଅନେକ ବୁଦ୍ଧ ସାଧୁ ସନ୍ଥ। ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପୂର୍ବରୁ ଆଜି ରାଜଧାନୀରେ ଶାନ୍ତି ଶୋଭାଯାତ୍ରା କରିଛନ୍ତି ବୁଦ୍ଧ ସାଧୁ ସନ୍ଥ। ରାଜଭବନ ସର୍କିଟ ହାଉସରୁ ବାହାରି ଏକ ଶାନ୍ତି ଶୋଭାଯାତ୍ରା ଧଉଳି ପର୍ଯ୍ୟନ୍ତ ହୋଇଥିଲା। ଯେଉଁଥିରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବୁଦ୍ଧ ଧର୍ମ ଗୁରୁ ଓ ପ୍ରଚାରକ ମାନେ ଯୋଗ ଦେଇ ଶାନ୍ତିର ବାର୍ତ୍ତା ବାଣ୍ଟିଥିଲେ।ପରେ ଧଉଳି ଶାନ୍ତି ସ୍ତୁପରେ ପହଞ୍ଚିବା ପରେ ଶାନ୍ତି ପ୍ରାର୍ଥନା ଅନୁଷ୍ଠିତ ହେବ।
ସୁବର୍ଣ୍ଣ ଜୟନ୍ତୀ ଅବସରରେ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଧରି ପୂଜାପାଠ,ମନ୍ତ୍ର ଉଚ୍ଚାରଣ ଓ ଶାନ୍ତି ପ୍ରାର୍ଥନା ପ୍ରକମ୍ପିତ ହେବ ଶାନ୍ତି ସ୍ତୁପ ଧଉଳି। ଆସନ୍ତା କାଲିମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ଶାନ୍ତିସ୍ତୁପର ସୋନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଛି। ସୁବର୍ଣ୍ଣ ଜୟନ୍ତୀ ପାଇଁ ନୂତନ ରୂପରେ ସଜେଇ ହୋଇଛି ଧଉଳି।