ସୁବର୍ଣ୍ଣପୁର ଜିଲ୍ଲା ଡୁଗୁମାଳି ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ବିନିକା : ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ବାଉଁଶୁଣୀ ନିକଟରେ ଥିବା ଡୁଗୁମାଳି ଜଙ୍ଗଲରୁ ମୃତଦେହ ଏକ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ, ପୋଲିସ ଘଟଣସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ବାଉଁଶୁଣୀ ନିକଟରେ ଥିବା ଡୁଗୁମାଳି ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ମୃତଦେହ ଦେଖିବାକୁ ମିଳିଥିଲା । ସ୍ଥାନୀୟ ଲୋକେ ମୃତଦେହ ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ତେବେ ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ପୋଲିସ ପରିଚୟ ପାଇଁ ଛାନଭିନ୍ ଜାରି ରଖିଛି । କେହି ଦୁର୍ବୃତ୍ତ ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ପୋଡି ଦେଇଥିବା ସନ୍ଦେହ କରାଯାଉଛି ।

Related Posts