ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା; ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୩୧/୮(ସତ୍ୟପାଠ ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡ଼ିକ ହେଉଛି ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରି ।

ସେହିଭଳି ଅନ୍ୟ ୫ ଜିଲ୍ଲା ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

Related Posts