ହିଜାବ ବିବାଦ; ହାଇାକୋର୍ଟଙ୍କ ନିଷ୍ପତ୍ତିକୁ ପାଳନ କରିବାକୁ ସମସ୍ତଙ୍କୁ ନିବେଦନ କଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): କର୍ଣ୍ଣାଟକରେ ହିଜାବକୁ ନେଇ ବିବାଦ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ହିଜାବ ପିନ୍ଧିବା ଉପରେ କର୍ଣ୍ଣାଟକ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ତେବେ ହିଜାବ ବିବାଦରେ କୋର୍ଟ ଆବେଦନକୁ ଖାରଜ କରିଦେଇଛନ୍ତି । ଏହା ହିଜାବର ଧର୍ମର ଏକ ଅଂଶ ନୁହେଁ କିମ୍ବା ଇସଲାମରେ ହିଜାବ ବାଧ୍ୟତାମୂଳକ ନୁହେଁ ବୋଲି କୋର୍ଟ କହିଛନ୍ତି । ତେଣୁ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମ ପିନ୍ଧିବାକୁ ମନା କରିପାରିବେ ନାହିଁ ବୋଲି କର୍ଣ୍ଣାଟକ ହାଇକୋର୍ଟ ସ୍ପଷ୍ଟ କରିଛନ୍ତି । ସେପଟେ ହିଜାବକୁ ନେଇ ହାଇକୋର୍ଟର ନିଷ୍ପତ୍ତି ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ଏହାକୁ ସ୍ୱାଗତ ସହ ସମ୍ମାନ ଜଣାଇଛନ୍ତି । ଛାତ୍ରମାନଙ୍କ ପାଇଁ ଶିକ୍ଷା ଆବଶ୍ୟକ ।

ସମସ୍ତେ ହାଇକୋର୍ଟଙ୍କ ଆଦେଶକୁ ପାଳନ କରିବା ଉଚିତ । ଏହା ସହ ଶାନ୍ତି ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନିବେଦନ କରିଛନ୍ତି । ଅନ୍ୟପଟେ ହିଜାବ ଉପରେ କର୍ଣ୍ଣାଟକ ହାଇକୋର୍ଟ ଦେଇଥିବା ରାୟକୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ମଧ୍ୟ ସ୍ୱାଗତ ଜଣାଇଛନ୍ତି । ରାଜ୍ୟ ଏବଂ ଦେଶକୁ ଅଗାକୁ ବଢ଼ିବାକୁ ପଡ଼ିବ । ତେଣୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରି ଶାନ୍ତି ବଜାୟ ରଖିବା ପାଇଁ ସମସ୍ତଙ୍କୁ ସେ ନିବେଦନ କରିଛନ୍ତି । ହିଜାବକୁ ନେଇ କର୍ଣ୍ଣାଟକ ହାଇକୋର୍ଟଙ୍କ ନିଷ୍ପତ୍ତି ଆସିବା ପରେ ସାରା ଦେଶରେ ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।

Related Posts