ପରଲୋକରେ ପୂର୍ବତନ ମନ୍ତ୍ରୀ ସମୀର ଦେ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷରେ ହୋଇଥିଲା। ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।

ସୂଚନାଯୋଗ୍ୟ ଯେ, ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Related Posts