ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୦ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଖସୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା | ଗତ କିଛି ଦିନର ବ୍ୟବଧାନ ପରେ ଏବେ ରାଜ୍ୟରେ ସଂକ୍ରମଣ ହାର ତଳ ମୁହାଁ ରହିଛି | ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୦୦୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୬ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୨୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୫୦୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts