(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କେତେବେଳେ ଉପର ମୁହାଁ ତ ପୁଣି କେତେବେଳେ ହ୍ରାସ ପାଉଛି। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଗୁରୁତ୍ବପୂର୍ଣ୍ଣ କଥା ହେଉଛି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଶୂନ୍ରୁ ୧୮ ବର୍ଷ ମଧ୍ୟରେ ୧୩୮ ଜଣ ଛୁଆ ଅଛନ୍ତି। ୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୫୮୭ ସଙ୍ଗରୋଧ କେନ୍ଦ୍ରରୁ ଏବଂ ୪୧୫ ଟି ଲୋକାଲ କେସ ରହିଛି। ଏହା ସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୭ ହଜାର ୧୪୬ରେ ପହଁଚିଛି। ସେହିପରି ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭ହଜାର ୮୬କୁ ବୃଦ୍ଧି ପାଇଛି।
ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୧୯ ଜଣ ପିଜିଟିଭ ବାହାରିଛନ୍ତି। ଅନୁଗୁଳରୁ୧୮, ବାଲେଶ୍ୱରରୁ ୩୦, ବରଗଡ଼ରୁ ୧୦, ଭଦ୍ରକରୁ ୧୨, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୧, କଟକରୁ ୯୫, ଦେବଗଡ଼ରୁ ୪, ଢେଙ୍କାନାଳରୁ ୩୨, ଗଜପତିରୁ ୧, ଗଂଜାମରୁ ୫, ଜଗତସିଂହପୁରରୁ ୫୧, ଯାଜପୁରରୁ ୬୦, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝରରୁ ୧୦, କୋରାପୁଟରୁ ୧, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୪୨, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୬, ନୂଆପଡ଼ାରୁ ୧, ପୁରୀରୁ ୨୫, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୧, ସୁବର୍ଣ୍ଣପୁରରୁ ୫, ସୁନ୍ଦରଗଡ଼ରୁ ୮, ଷ୍ଟେଟପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ୬୫ ଜଣ ମୃତକଙ୍କ ମଧ୍ୟରୁ କଟକରୁ ୧୫, ଜଗତସିଂହପୁରରୁ ୧୧, କେନ୍ଦ୍ରାପଡ଼ାରୁ ୯, ଢେଙ୍କାନାଳରୁ ୭, ଅନୁଗୁଳ ଓ ବାଲେଶ୍ୱରରୁ ୫ ଲେଖାଏଁ, ଭଦ୍ରକ, ମୟୂରଭଞ୍ଜରୁ ୩ ଲେଖାଏଁ, ପୁରୀରୁ ୨ ଜଣ ଲୋକ କରୋନାରେ ପ୍ରାଣ ହରାଇଛନ୍ତି। ବର୍ତ୍ତମାନ ସୁଦ୍ଧା ୯ଲକ୍ଷ ୮୦ ହଜାର ୪୭୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯ଜହାର ୫୩୬ ଟି ଆକ୍ଟିଭ କେସ୍ ରହିଛି।