ପାକିସ୍ତାନ ମାଟିରେ ହିଟ୍‌ କଲା ଭାରତୀୟ ମିସାଇଲ: ଯାନ୍ତ୍ରିକ ତ୍ରୁଟି ଦର୍ଶାଇ ଦୁଃଖ ପ୍ରକାଶ

ଦୁର୍ଘଟଣାବସତଃ ପାକିସ୍ତାନରେ ପଶିଗଲା ଭାରତୀୟ ମିସାଇଲ। ମିସାଇଲ ପାକିସ୍ତାନ ମାଟିରେ ହିଟ୍‌ କରିଥିବା ବେଳେ, ଏଥିରେ କାହାର କିଛି କ୍ଷୟକ୍ଷତି ହୋଇ ନଥିବା ଜଣାପଡ଼ିଛି। ତେବେ ଏହା ଭୁଲବସତଃ ହୋଇଯାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ତ୍ରୁଟି ସ୍ୱୀକାର କରାଯାଇଛି। ଗୁରୁବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଗତ ସପ୍ତାହରେ କୌଣସି ଯାନ୍ତ୍ରିକ କାରଣରୁ କ୍ଷେପଣାସ୍ତ୍ରଟି ପାକିସ୍ତାନ ମାଟିକୁ ନିକ୍ଷେପ ହୋଇଯାଇଥିଲା। ଏଥିରେ ଆମେ ଦୁଃଖ ପ୍ରକାଶ କରୁଛୁ।

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୯ ତାରିଖରେ ସେନା ପକ୍ଷରୁ ରୁଟିନ୍‌ ମେଣ୍ଟନାସ୍‌ ଚେକିଂ ଚାଲୁଥିଲା। ତେବେ ଏହି ସମୟରେ ଯାନ୍ତ୍ରିକ ତ୍ରୁଟି ଘଟି କ୍ଷେପଣାସ୍ତ୍ରଟି ଫାୟାରିଂ ହୋଇ ଯାଇଥିଲା । ଫଳରେ ମିଶାଇଲ ପାକିସ୍ତାନ ରେ ପଶିଯାଇଥିଲା । ତେବେ ଏହି ଘଟଣାକୁ ଭାରତ ସରକାର ଗୁରୁତର ସହ ନେବା ସହ ଏହା କିପରି ଘଟିଲା ଏନେଇ ଏକ ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି।

କ୍ଷେପଣାସ୍ତ୍ରଟି ପାକିସ୍ତାନ ମାଟିରେ ଲ୍ୟାଣ୍ଡ କରିଥିବା ଜଣାପଡ଼ିଛି। ଏହା ଅତ୍ୟନ୍ତ ଦୁଃଖଦାୟକ। ଏହି ଅବାଞ୍ଝିତ ତ୍ରୁଟି ପାଇଁ ଆମେ ଦୁଃ‍ଖିତ ବୋଲି ପ୍ରତି ରକ୍ଷାମନ୍ତ୍ରଣାଳୟ କହିଛି । ତେବେ ସୌଭାଗ୍ୟବସତଃ କୌଣସି ଧନ ଜୀବନ ନଷ୍ଟ ହୋଇ ନାହିଁ ବୋଲି କୁହାଯାଇଛି। ତେବେ ଏହା କିପରି ଘଟିଲା ସେନେଇ ତଦନ୍ତ ଆରମ୍ଭ ହୋଇଛି ।

Related Posts