ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର! ୮ ତାରିଖ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୪/୯(ସତ୍ୟପାଠ ବ୍ୟୁରୋ): ଲଘୁଚାପ ଆଣିବ ବଡ଼ ବର୍ଷା । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଦକ୍ଷିଣରୁ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତା ୮ ଓ ୯ ତାରିଖ ଯାଏଁ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ । ଏହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।

Related Posts