ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡ ଘଟଣା: ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ

ଝାରସୁଗୁଡ଼ା: ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡାଦେଶ | ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ଅନୁପ ସାଏ | ତେବେ ଏହି ଘଟଣାରେ ଡ୍ରାଇଭର ବର୍ଦ୍ଧନ ଟପୋଙ୍କୁ ନର୍ଦ୍ଦୋଷରେ ଖଲାସ କରିଥିବା ଜଣାଯାଇଛି। ରାୟଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ ଅଦାଲତରେ ଅନୁପ ସାଏଙ୍କ ନାମରେ ଥିବା ମାମଲାର ରାୟ ପ୍ରକାଶ ପାଇଛି। ଏହି ରାୟ ତାଙ୍କ ସପକ୍ଷରେ ଯିବ ନା ଦୋଷୀ ସାବ୍ୟସ୍ତ ହେବେ ସେ ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା। ଏବେ ଅନୁପ ହାଇକୋର୍ଟର ଦ୍ବାରସ୍ଥ ହେବେ ବୋଲି ଶୁଣିବାକୁ ମିଳୁଛି।
ଛତିଶଗଡ଼ର ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅଞ୍ଚଳରେ ହୋଇଥିବା ଏହି ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଗତ ଫେବ୍ରୁଆରି ୨୦୨୦ରେ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।

ସୂଚନାଯୋଗ୍ୟ, କଳ୍ପନା ଦାଶ ଓ ତାଙ୍କ ଝିଅ ବବଲି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଛତିଶଗଡ଼ ରାଜ୍ୟର ରାୟଗଡ଼ସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟରେ ଜାମିନ ନାମଞ୍ଜୁର ହେବା ପରେ ପୂର୍ବତନ ବିଧାୟକ ଅନୁପ ସାଏ ଜେଲ ଯାଇଥିଲେ। ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅନ୍ତର୍ଗତ ସମ୍ବଲପୁରୀ ବଙ୍ଗୁରସିଆ ଠାରେ ଘଟିଥିବା ଡବଲ ମର୍ଡର ଘଟଣାରେ ପୁଲିସ ବ୍ରଜରାଜନଗର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମୁଖ୍ୟ ଅଭିଯୁକ୍ତ ଭାବରେ ରାୟଗଡ଼ ଜେଏମଏଫସି ଦିଗବିଜୟ ସିଂହଙ୍କ କୋର୍ଟରେ ହାଜର କରିଥିଲା। ଅଭିଯୁକ୍ତଙ୍କ ପକ୍ଷରୁ ଜାମିନ ଆବେଦନକୁ କୋର୍ଟ ନାକଚ କରିଥିଲେ। ଅଭିଯୁକ୍ତ ଅନୁପ ସାଏଙ୍କୁ ରାୟଗଡ଼ ଜେଲକୁ ପଠାଇ ଦେଇଥିଲେ।

ରାୟଗଡ଼ ଏସପି ସନ୍ତୋଷ ସିଂହଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ରାୟଗଡ଼ କାର୍ଯ୍ୟନିର୍ବାହୀ ଏଏସପି ଅଭିଷେକ ବର୍ମା, ସିଏସପି ଅବିନାଶ ସିଂ ଠାକୁରଙ୍କ ଦିଗଦର୍ଶନରେ ଇନ୍‌ସପେକ୍ଟର ବିବେକ ପଟେଲ, ଏସ ସିଂ, ରୂପକ ଶର୍ମା, ଗୌରୀଶଙ୍କର ଦୁବେ, ସଉଣୀ ଶସିଦେ ଭୋଇ, ଡିପି ଭରଦ୍ୱାଜ, ସାଇବର ସେଲ ମୁଖ୍ୟ ରାଜେଶ ପଟେଲ, ଆର ଶ୍ୟାମଲାଲ, ଚକ୍ରଧରନଗର ଥାନା ଅଧିକାରୀ ଜଗମୋହନ ଓଗରେ, ରିତେଶ ଦିୱାନ, ଦିନେଶ ଗୌଣ୍ଡ, ଆଖିଲେଶ କୁଶବାହ, ଭବାନୀ ଶଙ୍କର, ମହେଶ ପଣ୍ଡା, ସୁରେନ୍ଦ୍ର ପୋର୍ତି, ବୃଜଲାଲ ଗୁଜର, ମହିଳା ଇନ୍‌ସପେକ୍ଟର ରୀନା ବୁଲବୁଲ ତଦନ୍ତ ପରିଚାଳନା କରୁଥିଲେ। ପ୍ରେମ ସମ୍ପର୍କ, ସମ୍ପତ୍ତି ଓ ବିବାହ ପାଇଁ ଜିଦ ଯୋଗୁଁ ମହିଳାଙ୍କୁ ହତ୍ୟା କରାଯାଇଥିବା ଏସପି ପ୍ରକାଶ କରିଥିଲେ।

Related Posts