ସ୍କୁଲରେ ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀଙ୍କୁ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ଗିଫ୍ଟ ମିଲ୍କ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ।ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨୦୦ ଏମ୍‌ଏଲ୍ କ୍ଷୀର ଦେବାର ଶୁଭାରମ୍ଭ ହୋଇଛି ।

ଏନେଇ ମନ୍ତ୍ରୀ କହିଛନ୍ତି, ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନ ସସକ୍ତ କରାଯିବ। ଗତକାଲି ଗୋକୁଳ ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି । ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ । ଗ୍ରାମାଞ୍ଚଳର ଅର୍ଥନୈତିକ ବିକାଶ କରିବା ପାଇଁ ମହିଳା, ଆଦିବାସୀ, ହରିଜନ ଲୋକଙ୍କୁ ୩ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି।

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଅର୍ଥନୀତିରେ ସୁଧାର କରିବା ପାଇଁ ସରକାର ଏହି ପଦକ୍ଷେପ ନେଇଛନ୍ତି । ଏହା ଦ୍ୱାରା ଓଡ଼ିଶାରେ ବିକାଶ ହେବ, ଗ୍ରାମାଞ୍ଚଳର ବିକାଶ ହେବ । ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ୨୦୦ ମିଲିର କ୍ଷୀର ଦେବା ପାଇଁ ଯୋଜନାର ଶୁଭାରମ୍ଭ ହୋଇଛି । ଏହି ଯୋଜନାରେ ପିଲାମାନଙ୍କ ପୋଷଣରେ ଭିଟାମିନ୍ ରହିବ।

Related Posts