ସୁସ୍ଥ ହେବାପରେ ବନ୍ଧାହେବେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ: କେନ୍ଦ୍ରାଞ୍ଚଳ ଆଇଜି

ସୁସ୍ଥ ହେବା ପରେ ବନ୍ଧା ହେବେ ବାହୁବଳୀ ବିଧାୟକ । ଅନେକ ସମୟରେ ନିଜ ଦାଦାଗିରି କୁ ନେଇ ଚର୍ଚ୍ଚାରେ ରହୁଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଆଜି ନିଜ ଦାଦାଗିରିର ସବୁ ସୀମା ଲାଙ୍ଘିଛନ୍ତି । ଜଲ୍ଦୀ ସୁସ୍ଥ ହେବାପରେ ବନ୍ଧାହେବେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସୂଚନା ଦେଇଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୁଦ୍ଧରେ ହତ୍ୟା ଉଦ୍ୟମ ମାମଲା ରୁଜୁ କରାଯାଇଛି

ସୂଚନାଯୋଗ୍ୟ, ବାଣପୁର ବ୍ଲକ ସମ୍ମୁଖରେ ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଗାଡ଼ି ଚଢାଇ ଦେଇଥିଲେ ବିଧାୟକ । ଏଥିରୁ ବାଦ୍‌ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ୟକ୍ତ ଲୋକେ ବିଧାୟକଙ୍କୁ ନିଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥିତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଏବେ ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା ପ୍ରକାଶ ପାଇଛି । ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଛି । ଜଣେ ଜନ ପ୍ରତିନିଧି ହୋଇ ଏପରି କେମିତି କଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି ।

ଖବର ଅନୁଯାୟୀ, ଅଧ୍ୟକ୍ଷ ନିର୍ବାଚନ ଲାଗି ବାଣପୁର ବ୍ଲକ ସମ୍ମୁଖରେ ଭିଡ ଜମିଥିଲା । ଠିକ୍‌ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲା । ଯେଉଁଥିରେ କି ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଦାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

Related Posts