NEET ପିଜି କାଉନସେଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

NEET-ପିଜି କାଉନସେଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ OBC ଓ EWS ପାଇଁ ସଂରକ୍ଷଣ ବୈଧତାକୁ ନେଇ ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ସଂରକ୍ଷଣ ବୈଧତା ନେଇ କୋର୍ଟଙ୍କ ନିଷ୍ପତ୍ତିକୁ ଅପେକ୍ଷା ପାଇଁ ସୁପ୍ରିମକୋର୍ଟ କହିଛନ୍ତି। 

ନୂଆଦିଲ୍ଲୀ: NEET-ପିଜି କାଉନସେଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବଭାରତୀୟ କୋଟାରେ OBC ଓ EWS ପାଇଁ ସଂରକ୍ଷଣ ବୈଧତା ନେଇ କେନ୍ଦ୍ର ସରକାର ନିଷ୍ପତ୍ତି ନନେବା ନପର୍ଯ୍ୟନ୍ତ କାଉନସେଲିଂ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସର୍ବଭାରତୀୟ କୋଟାରେ ସଂରକ୍ଷଣ ନେଇ ସରକାର ନିଷ୍ପତ୍ତି ନେଇଥିଲେ।-

ମେଡିକାଲ୍‌ କୋର୍ସ ପାଇଁ ନିଟ୍‌ ଆଡମିଶନ ଲାଗି Other Backward Class (OBC) କ୍ୟାଟେଗୋରୀ ପାଇଁ ୨୭% ଓ Economically Weaker Section (EWS) କ୍ୟାଟେଗୋରୀ ପାଇଁ ୧୦% ସଂରକ୍ଷଣ ବ୍ୟବସ୍ଥା କରାଯିବା ନେଇ ନିଷ୍ପତ୍ତି ହୋଇଥିଲା। କେନ୍ଦ୍ର ସରକାର ଓ ମେଡିକାଲ୍‌ କାଉନସେଲିଂ କମିଟି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିଲା। ଯାହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ଆବେଦନ ହୋଇଥିଲା। ଜଷ୍ଟିସ୍‌ ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଆବେଦନର ଶୁଣାଣି କରି NEET-ପିଜି କାଉନସେଲିଂ ସ୍ଥଗିତ ରଖିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ସର୍ବଭାରତୀୟ ସଂରକ୍ଷଣ ଯୋଜନା ଅଧୀନରେ ଓବିସି ଓ ଆର୍ଥିକ ପଛୁଆ ବର୍ଗର ପିଲାମାନଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ହୋଇଛି। ଅଣ୍ଡରଗ୍ରାଜ୍ୟୁଏଟ ଓ ପୋଷ୍ଟ ଗ୍ରାଜ୍ୟୁଏଟ ପାଠ୍ୟକ୍ରମ ପାଇଁ ଏହି ନିୟମ ଲାଗୁ କରାଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ଏହି ସଂରକ୍ଷଣ ବ୍ୟବସ୍ଥା ଏମବିବିଏସ୍, ଏମଡି, ଏମଏସ୍, ବିଡିଏସ୍‌, ଏମଡିଏସ୍‌ ଓ ଡିପ୍ଲୋମା ମେଡିକାଲ ପାଠ୍ୟକ୍ରମ ପାଇଁ ଚଳିତ ଶିକ୍ଷାବର୍ଷ ଠାରୁ ଲାଗୁ ହେବାର ଅଛି।

Related Posts