ସରପଞ୍ଚଙ୍କ କାର ଦୁର୍ଘଟଣାରେ ସାମ୍ବାଦିକ ସୁଶାନ୍ତ ଧଳଙ୍କ ମୃତ୍ୟୁ

ସତ୍ୟପାଠ ବ୍ୟୁରୋ, ୧୩/୦୩ : କାର ଦୁର୍ଘଟଣାରେ ସାମ୍ବାଦିକ ମୃତ୍ୟୁ ବରଣ କରିଛନ୍ତି। ଅନୁଗୁଳ କଣିହାଁ ୫୩ ନମ୍ବର ଜାତୀୟ ରାଜପଥର ବଜ୍ରକୋଟରେ ଜଣେ ସାମ୍ବାଦିକଙ୍କୁ କାର ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକ ଦୁର୍ଘଟଣା ଘଟାଇ ଥିବା କାରଟିକୁ ଜାଳି ଦେଇଛନ୍ତି ।

ଦୁର୍ଘଟଣା ପରେ ଡ୍ରାଇଭର କାରକୁ ଛାଡି ସେଠାରୁ ଫେରାର ହୋଇଯାଇଥିଲା । ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକ ରାସ୍ତାରୋକ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ଅଧିକ ତଦନ୍ତ କରୁଛି ।

ତେବେ ଦୁର୍ଘଟଣା ଘଟାଇଥିବା କାରଟି ଜଣେ ପୂର୍ବତନ ସରପଞ୍ଚଙ୍କର ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ କଣିହାଁରୁ ବଜ୍ରକୋଟ ଆଡକୁ ଯାଉଥିବା ଏକ ଦ୍ରୁତଗାମୀ କାର ରାସ୍ତା କଡରେ ଛିଡା ହୋଇଥିବା ଦୁଇ ଜଣ ଯୁବକଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ଡାକ୍ତରଖାନା ନିଆଯାଇଥିଲା । ତେବେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ସାମ୍ବାଦିକ ସୁଶାନ୍ତ ଧଳଙ୍କର ମୃତ୍ୟୁ ହୋଇଛି ଏବଂ ଗୁରୁତର ଶରତ ଜେନା ଏବେ ଚିକିତ୍ସାଧୀନ ଅଛନ୍ତି

Related Posts