ମଙ୍ଗଳବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ଅନୁଷ୍ଠିତ ହେବ ରାହୁରେଖା ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ମଙ୍ଗଳବାର ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ଥିବାରୁ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ରାହୁରେଖା ନୀତି ଅନୁଷ୍ଠିତ ହେବ । ତେଣୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ପ୍ରଥମ ଭୋଗମଣ୍ଡପ ଶେଷ ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ସମୟରେ ଶ୍ରୀବିଗ୍ରହମାନଙ୍କର ରାହୁରେଖା ନୀତି ଅନୁଷ୍ଠିତ ହେବ । ଯାହାଫଳରେ ଅପରାହ୍ନ ୨ଟାରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । କୌଣସି ସାଧାରଣ ଭକ୍ତ ଏହି ସମୟରେ ମହାପ୍ରଭୁ ଦର୍ଶନ କରିପାରିବେନାହିଁ ।

Related Posts