ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକ ଗୁରୁତର, ଏମ୍ସରେ ଭେଣ୍ଟିଲେଟରରେ ଚିକିତ୍ସାଧୀନ

(ସତ୍ଯପାଠ ବ୍ୟୁରୋ) ଭୁବନେଶ୍ୱର : ବିରୋଧୀଦଳ ନେତା ପ୍ରଦୀପ୍ତ ନାୟକଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର। କୋଭିଡ୍ ସଂକ୍ରମିତ ହୋଇ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ଅଛନ୍ତି। ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, “କୋଭିଡ ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।”

ସୂଚନାଯୋଗ୍ୟ, ଗତ ୧୯ ତାରିଖରେ ପ୍ରଦୀପ୍ତ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାର ୫ ଦିନ ପରେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା।  କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସେ ଟ୍ୱିଟ କରି ସୂଚନା ଦେଇଥିଲେ ।  ସେ କହିଥିଲେ ଯେ, କୋଭିଡ୍ ଟେଷ୍ଟ ପରେ ମୋର ରିପୋର୍ଟ ପଜିଟିଭ୍ ଆସିଛି । ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ କରିଛନ୍ତି ସେମାନେ ଦୟାକରି ନିଜର ଟେଷ୍ଟ କରି ସଙ୍ଗରୋଧରେ ରୁହନ୍ତୁ ଏବଂ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରନ୍ତୁ। 

Related Posts