ପଦ୍ମପୁର ଉପନିର୍ବାଚନ ଭୋଟ ଗଣତି ଆରମ୍ଭ; ପ୍ରଥମେ ଖୋଲିଲା ପୋଷ୍ଟାଲ ବାଲାଟ୍

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ପଦ୍ମପୁରରେ ଗୁରୁବାର ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ୨୯୬ଟି ପୋଷ୍ଟାଲ ବାଲାଟ୍ ଗଣତି ଆରମ୍ଭ ହୋଇଛି। ଏଥିରେ ୨୪ଟି ସର୍ଭିସ ଭୋଟରଙ୍କ ଭୋଟ୍ ଏବଂ ୨୭୨ଟି ଅନୁପସ୍ଥିତ ଭୋଟରଙ୍କ (ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଏବଂ ୮୦ବର୍ଷରୁ ଊର୍ଦ୍ଧ୍ବ (ବରିଷ୍ଠ ନାଗରିକ) ଭୋଟ୍ ଗଣତି ଚାଲିଛି।

ପଦ୍ମପୁର ନିୟନ୍ତ୍ରିତ ବଜାର ପ୍ରାଙ୍ଗଣରେ ଭୋଟ୍‌ ଗଣତି କରାଯାଉଛି। ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ତତ୍ତ୍ବାବଧାନରେ ଗଣତି ଚାଲିବ। ଗଣନା ପାଇଁ ୩ଜଣ ସହକାରୀ ରିଟର୍ଣ୍ଣିଂ ଅଫିସର୍‌ ରହିବେ। ୨୩ ରାଉଣ୍ଡ ଗଣତି ପରେ ଫଳାଫଳ ବାହାରିବ।

Related Posts