ନଭେମ୍ବର ୧୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ନଭେମ୍ବର ୧୦ ତାରିଖରେ ରାଷ୍ଟ୍ରପତି ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିବେ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ପ୍ରଥମ ଓଡିଶା ଗସ୍ତ ହେବ । ଏହି ଓଡିଶା ଗସ୍ତ ସମୟରେ ସେ ରାଜଭବନରେ ଅବସ୍ଥାନ କରିବେ । ଏହାସହିତ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

ତେବେ ନଭେମ୍ବର ୧୧ ତାରିଖରେ ସେ ଦିଲ୍ଲୀ ଫେରିଯିବେ । ରାଷ୍ଟ୍ରପତିଙ୍କ ଏହି ଗସ୍ତ ସମ୍ପର୍କରେ ରାଷ୍ଟ୍ରପତି ଭବନ ସଚିବାଳୟ ପକ୍ଷରୁ ଓଡ଼ିଶା ରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ୨୫ ଜୁଲାଇ ୨୦୨୨ରେ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ତେବେ ସେ ଦେଶର ପ୍ରଥମ ଆଦିବାସୀ ଓ ଦ୍ଵିତୀୟ ମହିଳା ରାଷ୍ଟ୍ରପତି ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏଥିସହ ଆଜକୁ ତାଙ୍କ କାର୍ଯ୍ୟକାଳ ୧୦୦ ଦିନ ପୂରଣ ହୋଇଛି ।

Related Posts