ଆସନ୍ତା ୯ ତାରିଖରେ ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ’ ଅଭିଯାନର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ୨୦୨୫ ସୁଦ୍ଧା ଦେଶରୁ ବିଲୋପ ହେବ ଯକ୍ଷ୍ମା। ଏଥିପାଇଁ ଆସନ୍ତା ୯ ତାରିଖରେ ଭର୍ଚୁଆଲ ମାଧ୍ୟମରେ ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ’ ଅଭିଯାନର ଶୁଭାରମ୍ଭ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭିୟ, ରାଷ୍ଟ୍ରମନ୍ତ୍ରୀ ଭାରତୀ ପ୍ରବୀଣ ପାୱାର, କେନ୍ଦ୍ର ମନ୍ତ୍ରୀଗଣ, ରାଜ୍ୟପାଳ ଏବଂ ଲେଫନାଣ୍ଟ ଗଭର୍ଣ୍ଣର ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ଏହି ଅଭିଯାନର ଶୁଭାରମ୍ଭ ହେବ। କାର୍ଯ୍ୟକ୍ରମରେ ରାଜ୍ୟ ତଥା ଜିଲ୍ଲା ସ୍ୱାସ୍ଥ୍ୟ ପ୍ରଶାସନ, କର୍ପୋରେଟ୍‌, ଶିଳ୍ପ, ସିଭିଲ ସୋସାଇଟି ଏବଂ ଏନଜିଓ ପ୍ରତିନିଧି ମଧ୍ୟ ଉପସ୍ଥିତ ରହିବେ।

ଯକ୍ଷ୍ମା ଚିକିତ୍ସା କ୍ଷେତ୍ରରେ ସହାୟତା କରୁଥିବା ତଥା ଯକ୍ଷ୍ମା ବିଲୋପ ଦିଗରେ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ସମସ୍ତ ଗୋଷ୍ଠୀର ହିତାଧିକାରୀଙ୍କୁ ଏକାଠି କରିବା ପାଇଁ ପ୍ରଧାନ ମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନର କଳ୍ପନା କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ନି-କ୍ଷୟ ମିତ୍ର ପଦକ୍ଷେପର ମଧ୍ୟ ଶୁଭାରମ୍ଭ କରିବେ, ଯାହାକି ଏହି ଅଭିଯାନର ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ । ନି-କ୍ଷୟ ମିତ୍ର ପୋର୍ଟାଲ୍ ଯକ୍ଷ୍ମା ଚିକିତ୍ସା କରୁଥିବା ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତା ଯୋଗାଇବା ଲାଗି ଦାତାମାନଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିଥାଏ। ପୁଷ୍ଟିକର ଖାଦ୍ୟ, ଅତିରିକ୍ତ ପରୀକ୍ଷାନିରୀକ୍ଷା ଏବଂ ଧନ୍ଦାମୂଳକ ସହାୟତା ଏଥିରେ ଅନ୍ତର୍ଭୁକ୍ତ ରହିବ । ନି-କ୍ଷୟ ମିତ୍ର ନାମକ ଏହି ଦାତାମାନେ ନିର୍ବାଚିତ ପ୍ରତିନିଧି, ରାଜନୈତିକ ଦଳ, କର୍ପୋରେଟ୍‌, ଏନ୍‌ଜିଓ ଏବଂ ବ୍ୟକ୍ତିବିଶେଷ ଏହାର ହିତାଧିକାରୀ ମାନେ ରହିବେ ବୋଲି ସୂଚନା ମିଳିଛି।

Related Posts