ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରଥମ ବିଦେଶ ଗସ୍ତ; ବ୍ରିଟେନ ଗସ୍ତ କରି ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତ୍ୟେଷ୍ଟିକ୍ରିୟାରେ ହେବେ ସାମିଲ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଷ୍ଟ୍ରପତି ହେବାପରେ ଆଜି ପ୍ରଥମ ବିଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ବ୍ରିଟେନ ଗସ୍ତ କରି ବ୍ରିଟେନର ରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବେ । ଭାରତ ସରକାରଙ୍କ ତରଫରୁ ତାଙ୍କ ପରିବାର ତଥା ଦେଶକୁ ସମବେଦନା ଜଣାଇବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୧୯ ତାରିଖ ପର୍ୟ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ ।ରାଣୀଙ୍କ ଅନ୍ତିମ ସଂସ୍କାର ୧୯ ସେପ୍ଟେମ୍ବରରେ ୱେଷ୍ଟମିନିଷ୍ଟର ଆବେରେ ୨୦୦୦ ଭିଆଇପି ଅତିଥିଙ୍କ ସମ୍ମୁଖରେ ଅନୁଷ୍ଠିତ ହେବ ।

ବ୍ରିଟେନ ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଅନ୍ତ୍ୟେଷ୍ଟିକ୍ରିୟା ଦିନକୁ ବ୍ରିଟେନରେ ଏକ ସାର୍ବଜନୀନ ଛୁଟି ଘୋଷଣା କରାଯାଇଛି । ବ୍ରିଟେନର ସ୍ୱର୍ଗତ ରାଣୀ ଏଲିଜାବେଥଙ୍କ ମୃତଦେହ ମଙ୍ଗଳବାର ସ୍କଟଲ୍ୟାଣ୍ଡରୁ ଲଣ୍ଡନରେ ପହଞ୍ଚିଛି । ତାଙ୍କର କଫିନ୍ ୱେଷ୍ଟମିନିଷ୍ଟର୍ ହଲରେ ରଖାଯାଇଛି । ସୋମବାର ଦିନ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ରାଣୀ ୯୬ ବର୍ଷ ବୟସରେ ବାଲମୋରାଲ ଦୁର୍ଗରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।

Related Posts