ରାଷ୍ଟ୍ରପତି ପ୍ରାର୍ଥଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡ଼ୁଆରେ ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା; ତାଙ୍କ ବିରୋଧରେ ଏତଲା ଦେଲା ସମ୍ୱଲପୁର ବିଜେପି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଷ୍ଟ୍ରପତି ପ୍ରାର୍ଥଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡ଼ୁଆରେ ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା । ତାଙ୍କ ନାମରେ ସମ୍ବଲପୁର ଜିଲ୍ଲା ବିଜେପି ଏତଲା ଦାଏର କରିଛି । ଜିଲ୍ଲା ବିଜେପି ସଭାପତି ଗିରିଶ ପଟେଲଙ୍କ ନେତୃତ୍ବରେ ଏକ ଟିମ୍ ଟାଉନ ଥାନା ଗସ୍ତ କରି ଲିଖିତ ଅଭିଯୋଗ କରିଛନ୍ତି । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥ ଦ୍ରୌପଦୀ ମୁର୍ମୁଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ ଆଜି ସମ୍ବଲପୁର ବିଜେପି ପକ୍ଷରୁ ଟାଉନ ଥାନାରେ ଏତଲା ଦିଆଯାଇଛି ।

ତାଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବି କରିଛି ବିଜେପି । ଏହି ଅବସରରେ ଜିଲ୍ଲା ବିଜେପି ସଭାପତି ଗିରିଶ ପଟେଲ, ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ଅଶ୍ବିନୀ ମାଝି, ବରିଷ୍ଠ ବିଜେପି ନେତା ଫଣିଭୂଷଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts