ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ? ଆଜିର ଓଡିଶାକୁ ତିଆରି କରିବା ପାଇଁ କେତେ ସଂଘର୍ଷ କରିଥିଲେ ଆମ ଓଡିଆ ମଉଡମଣି? ଏ ସବୁକୁ ନେଇ ଏବେ ଗବେଷଣା ହେବ । ଗବେଷଣା କହିବ, ଓଡିଶା ଇତିହାସର ଗାଥା । ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ଏନେଇ ମନ୍ତ୍ରୀ କହିଛନ୍ତି, ଓଡ଼ିଶା ଇତିହାସକୁ ନେଇ ଏପର୍ଯ୍ୟନ୍ତ କୌଣସି ଗବେଷଣା ହୋଇନାହିଁ, ଯାହାକି ଦୁର୍ଭାଗ୍ୟଜନକ । ତେଣୁ ଆଗକୁ ଓଡିଶାର ପ୍ରକୃତ ଇତିହାସ ଏବଂ ଓଡିଆ ବରପୁତ୍ରଙ୍କ ଇତିହାସ ବିଷୟରେ ଗବେଷଣା ହେବ । ଏଥିପାଇଁ ବିଶ୍ୱବିଦ୍ୟାଳୟର ଏକ ଚେୟାର ବରପୁତ୍ରଙ୍କ ନାଁରେ ପ୍ରତିଷ୍ଠା କରାଯାଇ ଗବେଷଣା କରାଯିବ । ଏଥିସହିତ ଓଡ଼ିଶାର ଏକ ପ୍ରମୁଖ ରାସ୍ତାକୁ ବରପୁତ୍ର ଜୟୀ ରାଜଗୁରୁଙ୍କ ନାଁରେ ନାମିତ କରାଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।

Related Posts