ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ; ୨୨ରେ ହାଇକୋର୍ଟରେ ସବୁ ମାମଲାର ଏକତ୍ର ଶୁଣାଣି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହା ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ବେଆଇନ ବୋଲି ଦର୍ଶାଇ ଅବସରପ୍ରାପ୍ତ ଆଇଏଏସ ସୁଦର୍ଶନ ନାୟକ ଓ ସାହିତ୍ୟିକ ଭୁବନାନନ୍ଦ ମହାନ୍ତିଙ୍କ ପକ୍ଷରୁ ଦାୟର ଜନସ୍ବାର୍ଥ ମାମଲାର ଜୁନ୍ ୨୨ରେ ହାଇକୋର୍ଟରେ ଶୁଣାଣି ହେବ। ପୂର୍ବରୁ ବିଚାରାଧୀନ ଥିବା ଦିଲ୍ଲୀପ କୁମାର ବରାଳଙ୍କ ଆବେଦନର ପରବର୍ତ୍ତୀ ଶୁଣାଣି ଜୁନ ୨୨କୁ ଧାର‌୍ୟ୍ୟ କରାଯାଇଥିବା ବେଳେ ଏହି ମାମଲାର ମଧ୍ୟ ସେହିଦିନ ଏକତ୍ର ଶୁଣାଣି କରାଯିବ।

ସେପଟେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍. ମୁରଲୀଧର ଓ ଜଷ୍ଟିସ ଆର୍.କେ. ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ନାୟକ ଓ ଶ୍ରୀ ମହାନ୍ତିଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।

Related Posts